ଭୁବନେଶ୍ୱର ( ଆମ ଭାରତ ) ୨/୧୧ : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ଏହି କାମ ହାତକୁ ନେଇଛନ୍ତି । ଏଥିରେ ଶବଦାହଠାରୁ ଆରମ୍ଭ କରି ଶବ ବାହକ ମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ବ୍ୟବସ୍ଥା କରାଯିବ । ଶବ ବାହକ ମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷ ରୋପଣ କରାଯିବ । ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଏହି କାମ ୬ ମାସ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ ହେବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ । ଫୋଏନିକ୍ସ ଫାଉଣ୍ଡେସନ୍ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ ।2 ବର୍ଷ ରୁ ଉର୍ଦ୍ଧ୍ବ ସ୍ଵର୍ଗଦ୍ୱାର ଜବରଦଖଲ ଉଛେଦ ,ସମ୍ପ୍ରସାରଣ ଓ ଉନ୍ନତିକରଣ ପାଇଁ ନିରନ୍ତର ଲଢେଇ କରୁଥିବା ସଚେତନ ନାଗରିକ ମଞ୍ଚ ତାର ଲକ୍ଷ୍ୟ ସ୍ଥଳରେ ପହଁଚିଲା । ପୁରିସହରବାସୀଙ୍କର ବିଜୟ ହେଲାଧନ୍ୟବାଦ ।ଆମର ଏହି ଛୋଟିଆ ପ୍ରୟାସ ରେ ସବୁ ସମୟରେ ସହଯୋଗ ଦେଇଥିବା ସମସ୍ତ ଗଣମାଧ୍ୟମ ଙ୍କୁ ଧନ୍ୟବାଦ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଲେ ନାଗରିକ ମଞ୍ଚ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି । ସ୍ୱର୍ଗଦ୍ୱାରରେ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା ସେ ସବୁ ଏବେ ଓଡି଼ଶାବାସୀଙ୍କ ସେବାରେ ଲାଗିବ । ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମିଭାବେ ବର୍ଣ୍ଣନା କରିବା ସହ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଏହି ବୈଠକରେ ପଞ୍ଚାୟତିରାଜ ମନ୍ତ୍ରୀ, କ୍ରିଡା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲ୍ଲାପାଳ, ଫୋଏନିକ୍ସ ଫାଇଣ୍ଡେସନର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱର୍ଗଦ୍ୱାରର ଉନ୍ନତିକରଣ ହେଉ ।
