Odisha Latest Breaking News & Current Headlines

ନାବାଳକ ଗାଡ଼ି ଚାଳକ କେତେ ଟଙ୍କା ଫାଇନ୍‌ ଦେଲେ ପଢନ୍ତୁ ?

0

କଟକ ( ଆମଭାରତ ) ୧୪/୧ :   ପରିବହନ ବିଭାଗ ଓ ରାଜ୍ୟ ପୁଲିସ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ଏହା ସତ୍ତ୍ୱେ ଚେତୁନାହାନ୍ତି ଲୋକେ। ଛୋଟ ପିଲାମାନଙ୍କୁ ଗାଡ଼ି ଚଳାଇବାକୁ ଦେଉଛନ୍ତି। ଆଜି  କଟକ ଜିଲ୍ଲାର  ଜଣେ ନାବାଳକ ଗାଡ଼ି ଚଳାଇଥିବାରୁ ୨୬,୦୦୦ ଟଙ୍କା ଜୋରିମାନା କରିଛି ପରିବହନ ବିଭାଗ।

ଆଜି ବାରଙ୍ଗ ରୋଡ୍‌ରେ ଜଣେ ନାବାଳକ ବିନା ହେଲ୍‌ମେଟ୍‌ରେ ସ୍କୁଟି ଚଳାଇ ଯାଉଥିଲେ। ଏହା ଦେଖି ଆର୍‌ଟିଓ ଅଧିକାରୀମାନେ ତାକୁ ଅଟକାଇ ଗାଡ଼ି କାଗଜପତ୍ର ଯାଞ୍ଚ କରିଥିଲେ। ଗାଡି ଚାଳକ ନାବାଳକ ବୋଲି ଯାଞ୍ଚ ବେଳେ ଜଣାପଡ଼ିଥିଲା। ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଳାଉଥିବାରୁ ୧୦୦୦ ଟଙ୍କା ଜୋରିମାନା ଓ ଲାଇସେନ୍ସ ନଥିବାରୁ ୨୫,୦୦୦ ଟଙ୍କା ଜୋରିମାନା କରିଛନ୍ତି କଟକ ଆଡିସିନାଲ୍‌ ଆର୍‌ଟିଓ। ଏଥିସହ ଗାଡ଼ିକୁ ଜବତ କରି ନାବାଳକଙ୍କ ପରିବାର ଲୋକଙ୍କ ସୂଚନା ଦିଆଯାଇଥିବା ଆର୍‌ଟିଓ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.