ଭୁବନେଶ୍ୱର, ୧୩ା୩( ଆମ ଭାରତ ): କରେନା ଭାଇରସ ସାରା ବିଶ୍ୱରେ ବ୍ୟାପି ଚାଲିଛି । ଲୋକମାନେ ଏଥି ପାଇଁ ଭୟଭିତ ଅବସ୍ଥାରେ ରହିଛନ୍ତି । ଏହାରି ମଧ୍ୟରେ କରୋନା ପାଇଁ ଆସନ୍ତା ମାର୍ଚ୍ଚ ୩୧ଯାଏଁ ସ୍କୁଲ ବନ୍ଦ ରହିବ ବୋଲି ସୂଚନା ମିଳିଛି । ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । କିନ୍ତୁ କେବଳ ପରୀକ୍ଷାକୁ ଛାଡ଼ି ଆଉ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଏହାସହ ରାଜ୍ୟର ସବୁ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରଖବାକୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।