ଭୁବନେଶ୍ୱର, ୨୨ା୪( ଆମ ଭାରତ ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ତାଙ୍କ ବୟସ ୩୮ ହୋଇଥିବା ବେଳେ ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଯାଜପୁରରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ୮ଜଣ କରୋନା ରୋଗୀ ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି । ଏବେ ମଧ୍ୟ ଯାଜପୁରର ୭ଜଣ କରେନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ୨ ଆକ୍ରାନ୍ତ ସୁସ୍ଥ ଏହା ନେଇ କିଛି ସୂଚନା ମିଳିପାରିନାହିଁ ।