ଭୁବନେଶ୍ୱର ( ଆମ ଭାରତ ) ୧୧।୦୫: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଅଧିକ ରହିବ। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ରାଜ୍ୟରେ କାଳବୈଶାଖୀ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୋମବାର ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ମଙ୍ଗଳବାର ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ସହ ଘଡ଼ଘଡ଼ି ହୋଇପାରେ । ୧୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି ।