ଭୁବନେଶ୍ୱର, ୧୩।୫( ଆମ ଭାରତ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ରୁ ୭ , ସୁନ୍ଦରଗଡରୁ ୭ ଓ କେନ୍ଦୁଝରରେ ୨ ନୂଆ ଗଂଜାମରେ ୫୨ ନୂଆ , ବାଲେଶ୍ବର ରେ ୩୩ ନୂଆ ପଜିଟିଭ୍ କେସ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୪୧୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।