Odisha Latest Breaking News & Current Headlines

ନୂଆ ୭୫ କରୋନା ପଜିଟିଭ୍ , ୧ ମୃତ ।

0

ଭୁବନେଶ୍ୱର,୭ ।୬( ଆମ ଭାରତ ): ୧୬ଟି ଜିଲ୍ଲାରୁ ୭୫ ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳ ଅଛନ୍ତି । ଖୋର୍ଦ୍ଧା ଓ ସୁନ୍ଦରଗଡରୁ ସର୍ବାଧିକ ୧୮ ଜଣ ଲେଖାଏଁ ଆକଆନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୭, କଟକ ଓ ବଲାଙ୍ଗୀରରୁ ୫ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ନୟାଗଡରୁ ୪, ସୋନପୁର ଓ କେନ୍ଦ୍ରାପଡାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କୋରାପୁଟ, ଅନୁଗୁଳ ଓ ଢେଙ୍ଗାନାଳରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର, ଗଞ୍ଜାମ, ପୁରୀ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୮୫୬କୁ ବୃଦ୍ଧି ପାଇଛି । ଆକ୍ଟିଭ୍ କେସ୍ ୧,୧୨୯ ଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭଗେ ପକ୍ଷରୁ ସୂଚନା ଦିଆଯାଇଛି ।

 ଗଞ୍ଜାମରେ ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.