ଭୁବନେଶ୍ୱର,୧୬ ।୭( ଆମ ଭାରତ ): ରାଜ୍ୟରେ ଆଜି ପୁଣି ୪୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ ବୃଦ୍ଧି ପାଇଛି ।ଗଞ୍ଜାମ ଜିଲ୍ଲାରେ ୨ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଦୁଇ ଜଣ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୫୧ ବର୍ଷ ହୋଇଥିବା ତ ଆଉ ଜଣଙ୍କୁ ମାତ୍ର ୩୧ ବର୍ଷ ହୋଇଥିଲା । ଏହି କ୍ରମରେ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।
ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପୁ ଆଜି ଗଞ୍ଜାମରେ ସର୍ବାଧିକ ୨୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୬୪, କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ବର ୨୧, ନୟାଗଡ଼ ୧୬, ଯାଜପୁରରୁ ୧୫ ଜଣ, ମୟୂରଭଞ୍ଜ ୧୪, କେନ୍ଦ୍ରାପଡ଼ା ୧୧, ସୁନ୍ଦରଗଡ଼ରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆପଡ଼ା ୯, ପୁରୀ ଓ ଭଦ୍ରକରୁ ୭ ଜଣ ଲେଖାଏଁ ଚିହ୍ନଟ ସମ୍ବଲପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟରୁ ୪-୪ ପଜିଟିଭ, ବଲାଙ୍ଗିରରୁ ୩, ବୌଦ୍ଧ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।