Odisha Latest Breaking News & Current Headlines

ଆଜି ରାଜ୍ୟର କରୋନା ସମ୍ଭଦୀୟ ଟିକିନିଖି ତଥ୍ୟ ।

0

ଭୁବନେଶ୍ୱର, ୧୮ ।୭( ଆମ ଭାରତ ):  ଆଜି ପୁଣି ରାଜଧାନୀରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୩୭ ଜଣ ସୁସ୍ଥ ହୋଇଛନ୍ତି ।  ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି । ୪୯୪ ଜଣ ସୁସ୍ଥ ହୋଇଥିବା ବେଳେ ୬୨୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୧ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାର ରାଜ୍ୟରେ ଆଉ ୬୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୧,୯୩୮କୁ ବୃଦ୍ଧି ପାଇଛି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ୨୭୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ପୁଣି ୫୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ ବୃଦ୍ଧି ପାଇଛି ।

ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗଜପତିରୁ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ୨ ମୃତକ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୬୩ ବର୍ଷ ଓ ଅନ୍ୟକୁ ୬୦ ବର୍ଷ ବୋଲି ଜଣାପଡିଛି ।

ଅନ୍ୟପଟେ ଗଜପତିର ଜଣେ ୪୮ ବର୍ଷୀୟ ମହିଳାଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.