ମନ୍ତ୍ରୀ ନବକିଶୋର ଦାସଙ୍କ ପରଲୋକ l

ଆମଭାରତ

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରୀ ନବକିଶୋର ଦାସଙ୍କ ବିୟୋଗରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ନିଜ ଶୋକ ବାର୍ତ୍ତରେ ପ୍ରଧାନମନ୍ତ୍ରୀ କହିଛନ୍ତି ‘ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓଁ ଶାନ୍ତି ।’

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରୀ ନବକିଶୋର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକଟ କରିଛନ୍ତି । ନିଜ ଶୋକ ବାର୍ତ୍ତରେ ରାଷ୍ଟ୍ରପତି କହିଛନ୍ତି ‘ଏକ ହିଂସାତ୍ମକ ଘଟଣାରେ ଓଡିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ଜୀଙ୍କ ମୃତ୍ୟୁରେ ମୁଁ  ଚକିତ ଓ ବିବ୍ରତ। ତାଙ୍କ ପରିବାର ଏବଂ ଶୁଭେଚ୍ଛୁମାନଙ୍କୁ ରାଷ୍ଟ୍ରପତି ଗଭୀର ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *